30.1 C
Bhubaneswar
Sunday, May 5, 2024
Homeଓଡିଶାରାଜ୍ୟରୁ ପୁଣି ୬୮ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା 

ରାଜ୍ୟରୁ ପୁଣି ୬୮ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା 

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଉଛି କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୭୬୫ କୁ ବୃଦ୍ଧି ପାଇଛି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ, ଜଗତସିଂହପୁରରୁ ୬ ଜଣ, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ନୟାଗଡ଼ରୁ ୨ ଜଣ , ବୌଦ୍ଧ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଓଡ଼ିଶାରେ ୭୭୯ ଜଣ ପଜିଟିଭ ଚିହ୍ନଟ, ପୁଣି ୧୦୫ ଶିଶୁ ଆକ୍ରାନ୍ତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking