30.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ରାଜ୍ୟରେ ୬୮ ଜଣଙ୍କର କରୋନାରେ ମୃତ୍ୟୁ

ଆଜି ରାଜ୍ୟରେ ୬୮ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର : ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଆଠଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଞ୍ଜାମରୁ ୭ ଜଣ, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୫ ଜଣ, ପୁରୀରୁ ୪ ଜଣ, ଅନୁଗୁଳ ଓ ଯାଜପୁରରୁ ୩ ଲେଖାଏଁ, ବଲାଙ୍ଗିର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ, ବାଲେଶ୍ୱର, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking