31.1 C
Bhubaneswar
Sunday, May 19, 2024
Homeଓଡିଶାରାଜ୍ୟରୁ ଆଜି ପୁଣି ୬୯ ଜୀବନ ନେଲା କରୋନା

ରାଜ୍ୟରୁ ଆଜି ପୁଣି ୬୯ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୧୦୨କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୯, ପୁରୀରୁ ୭, କେନ୍ଦାପଡ଼ାରୁ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୁ. ଢ଼େଙ୍କାନାଳ, ଗଞ୍ଜାମ ସ କଳାହାଣ୍ଡିରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ବଲାଙ୍ଗିର, ନୟାଗଡ଼ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଣେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୦, ୮୬୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୬୦, ୩୮୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪, ୩୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking