41.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟରେ ଆଉ ୬୯ ଜୀବନ ମହାମାରୀ କରୋନା, ସର୍ବାଧିକ କଟକ

ରାଜ୍ୟରେ ଆଉ ୬୯ ଜୀବନ ମହାମାରୀ କରୋନା, ସର୍ବାଧିକ କଟକ

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଇଛୁ କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୬୯୭ କୁ ବୃଦ୍ଧି ପାଇଛି ।

ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୁଳ ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବଢ଼ି ଚାଲିଛି ଶିଶୁ ସଂକ୍ରମିତଙ୍କ ସଂଖ୍ୟା : ୧୦୬ ଶିଶୁ କରୋନା ଆକ୍ରାନ୍ତରେ ସଂକ୍ରମିତ, ରାଜ୍ୟରେ ୮୧୬

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking