28.3 C
Bhubaneswar
Sunday, May 18, 2025
Homeଓଡିଶାସୁନ୍ଦରଗଡ଼ରେ ୬ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ

ସୁନ୍ଦରଗଡ଼ରେ ୬ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆଉ ୬ ଜଣ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୦୬ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗତକାଲି ୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି ୧୦ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ସହ ସଂଖ୍ୟା୨୦୬ରେ ପହଞ୍ଚିଛି। ଗତକାଲି ଯାଏ ସଂକ୍ରମିତଙ୍କଙ୍କ ମଧ୍ୟରୁ ୧୦ ଜଣ ଅନ୍ୟ ରାଜ୍ୟର ହୋଇଥିବା ବେଳେ ୯ ଜଣ ଅନ୍ୟ ଜିଲ୍ଲାର ରହିଛନ୍ତି। ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୁଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି। ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ। ଘରୋଇ ଭାବେ ପ୍ରକାଶିତ ତଥ୍ୟାନୁସାରେ ଆକ୍ରାନ୍ତ ସଂଖ୍ୟା ୫ ଶହ ଟପି ଯାଇଥିବା କୁହାଯାଉଛି। କେବଳ ରାଜଗାଙ୍ଗପୁରର ଏକ ଘରୋଇ କ୍ଲିନିକରେ ୧୫୦ରୁ ଅଧିକ ସ୍କ୍ରବ୍ ଟାଇଫସ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking