39.1 C
Bhubaneswar
Friday, April 26, 2024
Homeଓଡିଶାଓଡ଼ିଶାରେ ଆଉ ୭ ଜୀବନ ନେଲା ମହାମାରୀ କରୋନା

ଓଡ଼ିଶାରେ ଆଉ ୭ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୪ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

ସୂଚନା ଅନୁଯାୟୀ ଏହି ମୃତକଙ୍କ ମଧ୍ୟରେ ଜଣେ ମାତ୍ର ମହିଳା ଥିବା ବେଳେ ୬ ଜଣ ପୁରୁଷ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଠିକ୍ ସେହିପରି ରାଜଧାନୀ ଭୁବନେଶ୍ୱରର ୯୬, ୭୯, ୮୪ ଓ ୬୪ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ଗଞ୍ଜାମ ଜିଲ୍ଲାରୁ ଜଣେ ୪୫ ବର୍ଷିୟ ଓ ସମ୍ବଲପୁର ଜିଲ୍ଲାର ଜଣେ ୧୯ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking