28.1 C
Bhubaneswar
Saturday, April 20, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଜି ୭ ଜୀବନ ନେଲା କରୋନା, ସର୍ବାଧିକ ରାୟଗଡ଼ା

ବଡ଼ଖବର : ରାଜ୍ୟରେ ଆଜି ୭ ଜୀବନ ନେଲା କରୋନା, ସର୍ବାଧିକ ରାୟଗଡ଼ା

ଭୁବନେଶ୍ୱର : ରାଜ୍ୟରେ ଆଜି କରୋନାରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ରାୟଗଡ଼ା ଜିଲ୍ଲାରୁ ୨, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୪୬ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭୫ ପଜିଭିଟ୍ ଚିହ୍ନଟ ହୋଇଛନ୍ତି ।  ଅନୁଗୁଳରୁ ୧୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦୨, ବରଗଡ଼ରୁ ୨୬୨, ଭଦ୍ରକରୁ ୮୭, ବରଗଡ଼ରୁ ୧୮୯, ବୌଦ୍ଧରୁ ୩୨, କଟକରୁ ୩୪୩, ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୮, ଗଜପତିରୁ ୭୮, ଗଞ୍ଜାମରୁ ୧୩୪, ଜଗତସିଂହପୁରରୁ ୭୩, ଯାଜପୁରରୁ ୩୨୪, ଝାରସୁଗୁଡ଼ାରୁ ୨୫୪, କଳାହାଣ୍ଡିରୁ ୩୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୧୧୮, ଖୋର୍ଦ୍ଧାରୁ ୮୭୫, କୋରାପୁଟରୁ ୭୧, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୫୮, ନବରଙ୍ଗପୁରରୁ ୩୧୮, ନୟାଗଡ଼ରୁ ୯୯, ନୂଆପଡ଼ାରୁ ୪୩୦, ପୁରୀରୁ ୧୮୦, ରାୟଗଡ଼ାରୁ ୧୦୪, ସମ୍ବଲପୁରରୁ ୨୮୦, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୭୮୫ ଏବଂ ଷ୍ଟେଟ୍ ପୁଲରୁ ୧୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking