28.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗଆଉ ୭ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି

ଆଉ ୭ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି

ଭୁବନେଶ୍ୱର:ରାଜ୍ୟରେ ଅମାନିଆ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ବଢି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ଚାଲିଛି । ରାଜ୍ୟରେ ଆଜି ୩୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ବଲାଙ୍ଗୀର, କଟକ, ଗଞ୍ଜାମ,ଭୁବନେଶ୍ୱର, ମାଲକାନଗିରି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି । ଏହି ମାସରେ ସବୁଦିନ ୩ ହଜାର ପାର୍ କରୁଛି ସଂକ୍ରମଣ ।ରାଜ୍ୟରେ ଆଜି  ୩୦ ଜିଲ୍ଲାରୁ ୩୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୬୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୨ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୦୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୨୯୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking