43.9 C
Bhubaneswar
Friday, April 19, 2024
Homeଓଡିଶାଆଜି ଆଉ ୭୩ କରୋନା ରୋଗୀ ସୁସ୍ଥ

ଆଜି ଆଉ ୭୩ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ୭୩ କରୋନା ରୋଗୀ । ଯାହା ରାଜ୍ୟ ପାଇଁ ଏକ ଆଶ୍ୱସ୍ତିର ଖବର । ସେମାନଙ୍କ ମଧ୍ୟରୁ କନ୍ଧମାଳରୁ ୧୪, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୧୦ ଜଣ, ଭଦ୍ରକରୁ ୯ ଜଣ, ଯାଜପୁରରୁ ୭, ମୟୁରଭଂଜରୁ ୬ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ଗଂଜାମରୁ ୪, କଟକରୁ ୩, ବଲାଙ୍ଗୀରରୁ ଜଣେ ସୁସ୍ଥ ହୋଇଛନ୍ତି । ବାଲେଶ୍ୱର, ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡିରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ୭୩ ଜଣ ସୁସ୍ଥ ହେବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୩୦୪୭କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଆଜି ରାଜ୍ୟରେ ୧୭୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୭୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୪୫ଜଣ ଆକ୍ରୋନ୍ତ ଚିହ୍ନଟ ହୋଇଥିବାେବେଳ ୩୦ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଆଜି ୧୫ଟି ଜିଲ୍ଲାରୁ ୧୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସର୍ବାଧିକ ଗଜପତିରୁ ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking