ଭୁବନେଶ୍ୱରରୁ ଆଜି ୭୪ ପଜିଟିଭ୍ ଚିହ୍ନଟ

corona case

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୬ ସ୍ଥାନୀୟ ଅଞ୍ଚଳରୁ ୫୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୧୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୩୧୦କୁ ବୃଦ୍ଧି ପାଇଛି । ମୋଟ ୨୯ ହଜାର ୩୧୦ ପଜିଟିଭ ମଧ୍ୟରୁ ୧୬୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୭ ହଜାର ୯୫୮ ଜଣ ସୁସ୍ଥ ଓ ୧୧୬୩ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here