32.1 C
Bhubaneswar
Thursday, March 28, 2024
Homeଓଡିଶାଗୁଣୁପୁର ସବ୍‌ଜେଲ୍‌ରେ ୭୫ ପଜିଟିଭ୍ ଚିହ୍ନଟ

ଗୁଣୁପୁର ସବ୍‌ଜେଲ୍‌ରେ ୭୫ ପଜିଟିଭ୍ ଚିହ୍ନଟ

ଗୁଣୁପୁର : ଗୁଣୁପୁର ଉପକାରାଗାରରେ ୭୫ଜଣ ଅନ୍ତେବାସୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜେଲ୍‌ରେ ଥିବା ୧୧୩ ଜଣ କଏଦୀଙ୍କ ମଧ୍ୟରୁ ୭୧ ଜଣଙ୍କ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଜଣାପଡ଼ିଛି । ଜେଲ୍‌ରେ ୧୪କର୍ମଚାରୀଙ୍କ ମଧ୍ୟରୁ ୪ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତ ଚିହ୍ନଟ ଜେଳ୍ ଭିତରେ ଆଇସୋଲେସନ୍‌ରେ ରହିଛନ୍ତି । ଏ ନେଇ ଗୁଣୁପୁର ଉପଖଣ୍ଡ ଡାକ୍ତର ରମେଶ ସାହୁଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ ମଧ୍ୟ କରୋନା ଉପରେ ସାମାନ୍ୟ ପ୍ରଭାବ ପକାଇ ପାରୁନାହିଁ । ଏହା ମଧ୍ୟରେ ଆଜି ପୁଣି ୮୩୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭୪୧ ଓ ସ୍ଥାନୀୟ ଅଞ୍ଚଳରୁ ୩୬୫୮ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୯୨ ହଜାର ୨୭ ରହିଥିବା ବେଳେ ୮୭ ହଜାର ୨୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking