ଭୁବନେଶ୍ୱର: ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । କହିଛନ୍ତି, ଆଉ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛୁ । ଇଞ୍ଚୁଡି, ବାହୁଡା, ସୁବଣ୍ଣରେଖା ଓ ଅସ୍ତରଙ୍ଗରେ ବନ୍ଦର ନିର୍ମାଣ ହେବା ନେଇ ଲକ୍ଷ୍ୟ ରଖାଯାଇଛି । ଏଥିସହିତ ଆହୁରି ଘୋଷଣା କରଛନ୍ତି । ରାଜ୍ୟରେ ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି । ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ ୨୧ଟି ନୂଆ ଏନଏସି ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି ।










