30.1 C
Bhubaneswar
Saturday, May 4, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଜି ୮ମୁଣ୍ଡ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ

ବଡ଼ଖବର : ରାଜ୍ୟରେ ଆଜି ୮ମୁଣ୍ଡ ନେଲା କରୋନା, ସର୍ବାଧିକ ସୁନ୍ଦରଗଡ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮ ମୁଣ୍ଡ ନେଇଛି କରୋନା । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, କଟକରୁ ଜଣେ, ନୂଆପଡ଼ାରୁ ଜଣେ ଓ ସୁନ୍ଦରଗଡ଼ରୁ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱରରେ ଜଣଙ୍କର ମୃତ୍ୟୁକୁ ମିଶାଇ ଜିଲ୍ଲାରେ କୋଭିଡ୍ ମୃତ୍ୟୁ ୯୮କୁ ବୃଦ୍ଧି ପାଇଛି । ସେହିଭଳି ବରଗଡ଼ ଜିଲ୍ଲାରେ ଜଣଙ୍କ ମୃତ୍ୟୁକୁ ମିଶାଇ ଜିଲ୍ଲାରେ ମୃତ୍ୟୁସଂଖ୍ୟା ୪୪କୁ ବୃଦ୍ଧିପାଇଛି । ଭଦ୍ରକରେ ମୋଟ କୋଭିଡ୍ ମୃତ୍ୟୁ ୨୭କୁ ବୃଦ୍ଧି ପାଇଥିବା ବେଳେ ବଲାଙ୍ଗିରରେ ଜଣଙ୍କ ମୃତ୍ୟୁକୁ ମିଶାଇ ମୃତ୍ୟୁ ସଂଖ୍ୟା ୪୯ରେ ପହଞ୍ଚିଛି । କଟକରେ ଗୋଟିଏ ମୃତ୍ୟୁକୁ ମିଶାଇ ଜିଲ୍ଲାରେ କୋଭିଡ୍ ମୃତ୍ୟୁସଂଖ୍ୟା ୧୪୪କୁ ବୃଦ୍ଧି ପାଇଛି । ନୂଆପଡ଼ାରେ ଗୋଟିଏ ମୃତ୍ୟୁକୁ ମିଶାଇ ମୋଟ ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ ଜିଲ୍ଲାରୁ ୨ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ରାଜ୍ୟରେ ଆଜି ୬,୬୪୭ ନୂଆ କରୋନା ଆକ୍ରାନ୍ତ ମଧ୍ୟରୁ ଖୋର୍ଦ୍ଧାରୁ କେବଳ ୧,୧୮୯ ଚିହ୍ନଟ ହୋଇଛନ୍ତି। ଗତକାଲି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୪୧, ବାଲେଶ୍ୱରରୁ ୫୩, ବରଗଡ଼ରୁ ୨୯୦, ଭଦ୍ରକରୁ ୪୧, ବଲାଙ୍ଗିରରୁ ୨୩୪, ବୌଦ୍ଧରୁ ୩୯, କଟକରୁ ୩୩୬, ଦେବଗଡ଼ରୁ ୩୪, ଢେଙ୍କାନାଳରୁ ୩୪, ଗଜପତିରୁ ୯୬, ଗଞ୍ଜାମରୁ ୧୬୧,ଜଗତସିଂହପୁରରୁ ୬୫, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୩୪୩, କଳାହାଣ୍ଡିରୁ ୩୬୧, କନ୍ଧମାଳରୁ ୨୬, କେନ୍ଦ୍ରାପଡ଼ାରୁ ୪୭, କେନ୍ଦୁଝରରୁ ୧୮୩, ଖୋର୍ଦ୍ଧାରୁ ୧୧୮୯, କୋରାପୁଟରୁ ୬୭, ମାଲକାନଗିରିରୁ ୧୭, ମୟୂରଭଞ୍ଜରୁ ୧୨୨, ସେହିପରି,  ନବରଙ୍ଗପୁରରୁ ୨୨୪, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୫୫୯, ପୁରୀରୁ ୩୯୫, ରାୟଗଡ଼ାରୁ ୧୧୬, ସମ୍ବଲପୁରରୁ ୧୭୫, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୭୮୮ ଓ ଷ୍ଟେଟ୍‌ ପୁଲ୍‌ରୁ ୨୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪ ଲକ୍ଷ ୧ ହଜାର ୩୪୧କୁ ବୃଦ୍ଧି ପାଇଛି। ଆକ୍ଟିଭ୍‌ କେସ୍‌ ୪୩ ହଜାର ୩୦୪ ଥିବାବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୫୬ ହଜାର ୩ ଜଣ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking