18.1 C
Bhubaneswar
Saturday, November 23, 2024
Homeଓଡିଶାରାତ୍ର ଭୋଜନ ଖାଇ ୮ମେଡିକାଲ ଛାତ୍ରଛାତ୍ରୀ ଅସୁସ୍ଥ

ରାତ୍ର ଭୋଜନ ଖାଇ ୮ମେଡିକାଲ ଛାତ୍ରଛାତ୍ରୀ ଅସୁସ୍ଥ

କୋରାପୁଟ: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ୮ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ହଷ୍ଟେଲରେ ରାତ୍ର ଭୋଜନ ଖାଇବା ପରେ ପିଲାମାନେ ଅସୁସ୍ଥ ହୋଇପଡ଼ିଥିବା ଜଣାପଡ଼ିଛି। ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନେ ହଷ୍ଟେଲକୁ ଫେରିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ,ଗତକାଲି ରାତିରେ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ହଷ୍ଟେଲ କ୍ୟାଣ୍ଟିନରେ ଭୋଜନ କରିଥିଲେ। ପରେ ସେମାନେ ନିଜ ନିଜ ରୁମ୍‌କୁ ଚାଲିଯାଇଥିଲେ। ଖାଦ୍ୟ ଖାଇବାର କିଛି ସମୟ ପରେ କିଛି ଛାତ୍ରଛାତ୍ରୀଙ୍କୁ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ପରେ ସେମାନଙ୍କୁ ହଷ୍ଟେଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ କିଛି ଛାତ୍ର ସୁସ୍ଥ ହୋଇଯାଇଥିବା ବେଳେ ୮ ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ଗୁରୁତର ହୋଇଥିଲା। ପରେ ସେମାନଙ୍କୁ ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking