28.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଆଜି ଆଉ ୮ ଜୀବନ ନେଲା ମହାମାରୀ କରୋନା : ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ...

ଆଜି ଆଉ ୮ ଜୀବନ ନେଲା ମହାମାରୀ କରୋନା : ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଳାରୁ ୨ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଏବେ ରାଜ୍ୟରେ ମୋଟ ୯୪୬୬୮ଟି ପଜିଟିଭ କେସ୍ ଚିହ୍ନଟ ହୋଇଥିବା ବେଳେ ୬୫୩୨୩ ଜଣ ସୁସ୍ଥ ହୋଇଛନ୍ତି ।୨୮୮୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୧୨୦୯୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୪୪୧ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪୬୬୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking