34.1 C
Bhubaneswar
Friday, March 29, 2024
Homeଓଡିଶାଆଉ ୮୦ କୋରନା ରୋଗୀ ସୁସ୍ଥ

ଆଉ ୮୦ କୋରନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୮୦ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ପୁରୀରୁ ୧୭ଜଣ, କେନ୍ଦ୍ରାପଡ଼ାରୁ ୧୬ଜଣ, ମାଲକାନଗିରିରୁ ୧୬ଜଣ, କଟକରୁ ୭ଜଣ, ନୟାଗଡ଼, ସୋନପୁର, ସୁନ୍ଦରଗଡ଼,କେନ୍ଦୁଝର, ଓ ଝାରସୁଗୁଡ଼ାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ ଏବଂ ବଲାଙ୍ଗୀର ,ଜଗତସିଂହପୁର ଓ ନବରଙ୍ଗରପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  ୮୦ଜଣ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ସର୍ବମୋଟ ୧୩୨୫ଜଣ କରୋନା ଆକ୍ରାନ୍ତ ଏଯାବତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟରେ ଆଜି ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୧୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି । ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।
https://onakhabar.com/2020/06/02/141-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking