40.1 C
Bhubaneswar
Thursday, April 25, 2024
Homeଓଡିଶାଭୁବନେଶ୍ୱରରେ ପୁଣି ୮୦୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱରରେ ପୁଣି ୮୦୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୮୦୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୯୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୯୮ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୪୬ ହଜାର ୩୧୭କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୩୭ ହଜାର ୬୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୮,୩୭୮ ଜଣ ଚିକିତ୍ସିତ ହେଉଥିବା ବେଳେ ୨୬୬ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking