28.1 C
Bhubaneswar
Saturday, September 21, 2024
Homeଓଡିଶାପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବା ପାଇଁ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ । ଏଥିପାଇଁ ଜନତା ମଇଦାନରେ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜନତା ମଇଦାନରେ ପ୍ରସ୍ତୁତି ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ଆଜି ଏହି ପ୍ରସ୍ତୁତି କାର୍ଯ୍ୟର ତଦାରଖ ପାଇଁ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜନତା ମଇଦାନକୁ ଯାଇଥିଲେ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଡିଜିପି ୱାଇବି ଖୁରାନିଆ ଓ ଅନ୍ୟାନ୍ୟ ସରକାରୀ ଅଧିକାରୀମାନେ ଜନତା ମଇଦାନ ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥା ତଥା ବିଭିନ୍ନ ଆୟୋଜନ ସଂକ୍ରାନ୍ତରେ ନିରୀକ୍ଷଣ କରିଥିଲେ । ଶାନ୍ତି ଶୃଙ୍ଖଳାର ସହିତ କାର୍ଯ୍ୟକ୍ରମ ସମ୍ପନ୍ନ କରିବା ପାଇଁ ରାଜ୍ୟ ପୁଲିସ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ôଚ ଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗସ୍ତ ପାଇଁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ଏଥିପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯିବ । ୧୧ ଜଣ ଡିସିପି ପାହ୍ୟା ଅଧିକାରୀ, ୨୨ ଜଣ ଅତିରିକ୍ତ ଡିସିପି, ୬୬ ଜଣ ଏସିପି, ୧୦୦ ଜଣ ଆଇଆଇସି, ୩୦୦ ବରିଷ୍ଠ ପୁଲିସ ଅଧିକାରୀ ମୁତୟନ ହେବେ ।

ପୁଲିସ କମିସନର ସଞ୍ଜୀବ ପଣ୍ଡା ରବିବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି । ଶ୍ରୀ ପଣ୍ଡା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୧୭ ତାରିଖ ପୂର୍ବାହ୍ଣ ୧୧ଟା ୩୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ସିଧା ଜନତା ମଇଦାନ ଯିବେ । ବିମାନବନ୍ଦରରୁ ଜନତା ମଇଦାନ ରାସ୍ତାରେ ବ୍ୟାରିକେଡ୍ କରାଯିବ ଏବଂ ରାସ୍ତାର ଦୁଇ ପାଶ୍ୱର୍ରେ କଡ଼ା ପ୍ରହରା ଦିଆଯିବ । ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍ କଟକଣା ଲାଗୁ ହେବ । ସାଧା ପୋଷାକରେ ମଧ୍ୟ ପୁଲିସ ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିବେ । ଏହାଛଡା ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଗୁଇନ୍ଦା ବିଭାଗ ଅଧିକ ସକ୍ରିୟ କରାଯାଇଛି ବୋଲି କମିଶନର କହିଛନ୍ତି । ୧୨ଟାରୁ ୧ଟା ପର୍ଯ୍ୟନ୍ତ ଏକ ଘଣ୍ଟାକାଳ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । କାର୍ଯ୍ୟକ୍ରମ ସରିଲା ପରେ ସେ ପୁଣି ସିଧାସଳଖ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking