ଭୁବନେଶ୍ୱରରୁ ଆଜି ୮୩ପଜିଟିଭ୍ ଚିହ୍ନଟ

corona case in odisha

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦ ସ୍ଥାନୀୟ ଅଞ୍ଚଳରୁ ୬୩ ଜଣ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୨୩୬କୁ ବୃଦ୍ଧି ପାଇଛି। ଏହାସହ ଆଜି ୨୦୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ମୋଟ ୨୯ ହଜାର ୨୩୬ ପଜିଟିଭ ମଧ୍ୟରୁ୧୬୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୭ ହଜାର ୭୪୪ ଜଣ ସୁସ୍ଥ ଓ ୧୩୦୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here