ଭୁବନେଶ୍ୱର: ପ୍ରଚାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା । ଏନେଇ ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ଉତ୍ତର ରଖି କହିଛନ୍ତି ଯେ ୨୦୨୪ ଜୁଲାଇରୁ ଏଯାବତ୍ ୮୩ କୋଟି ୮୪ ଲକ୍ଷ ୮୧ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ବିଜ୍ଞାପନ ପାଇଁ ଖବର କାଗଜରେ ସର୍ବାଧିକ ୬୯ କୋଟି ୭୮ ଲକ୍ଷ ଖର୍ଚ୍ଚ ହୋଇଛି । ଟିଭି ଚ୍ୟାନେଲରେ ୯ କୋଟି ୩୫ ଲକ୍ଷ ୬୩ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ରେଡିଓ ଚ୍ୟାନେଲରେ ୨.୧୪ କୋଟି ଏବଂ ୱେବ୍ ଚ୍ୟାନେଲରେ ୧.୮୭କୋଟି ଖର୍ଚ୍ଚ ହୋଇଛି । ହୋଡିଂ ବାବଦରେ ୩୯ ଲକ୍ଷ ୩୨ ହଜାର ଟଙ୍କା ଖର୍ଚ୍ଚ ହୋଇଛି । କମ୍ୟୁନିଟି ରେଡିଓରେ ୧୨ ଲକ୍ଷ ୭୦ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ସୂଚନାଥାଉକି, ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ସପ୍ତମ ଦିନ । ପ୍ରଶ୍ନକାଳ ଆରମ୍ଭରୁ ହିଁ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ସରକାର ବିରୋଧୀ ନାରାବାଜି କରି ବିଶୃଙ୍ଖଳା ସୃଷ୍ଟି କରିଥିଲେ । ଫଳରେ ଗୃହ ସ୍ୱାଭାବିକ ଭାବେ ଚାଲିପାରିନଥିଲା । ଏନେଇ ବାଚସ୍ପତି ସୁରମା ପାଢୀ ଗୃହକୁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କରିଥିଲେ । ଏହା ପରେ ଏ ପର୍ଯ୍ୟନ୍ତ ସ୍ୱାଭାବିକ ଚାଲିଛି ଗୃହ । ବିଭିନ୍ନ ବିଭାଗର ମନ୍ତ୍ରୀ ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ।










