24.1 C
Bhubaneswar
Thursday, May 9, 2024
Homeଓଡିଶା୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ହେବ

୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ହେବ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ଦ୍ୱାରା ୮୯ ଗୋଟି ବହୁମୁଖୀ କ୍ରୀଡ଼ା ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ନିମନ୍ତେ ଅନୁମୋଦନ । ରାଜ୍ୟ କ୍ୟାବିନେଟ ଆଜି ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ ଯୋଜନାରେ ୮୯ ଗୋଟି ବହୁମୁଖୀ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ ନିମନ୍ତେ ମଞ୍ଜୁରି ପ୍ରଦାନ କରିଛନ୍ତି । ଯାହା ନିମନ୍ତେ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଅଛି ଏବଂ ଏହା ୧୮ ମାସ ମଧ୍ୟରେ ସଂପୂର୍ଣ୍ଣ କରାଯିବା । ରାଜ୍ୟରେ କ୍ରୀଡା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଠ ପଦକ୍ଷେପ । ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡାର ବିକାଶ ନିମନ୍ତେ ନିରନ୍ତର ସ୍ନାନ କେନ୍ଦ୍ରୀତ କରିଆସୁଛନ୍ତି । ଗତ କିଛି ବର୍ଷ ମଧ୍ୟରେ ଆମ ରାଜ୍ୟ କ୍ରୀଡ଼ାର ବିକାଶ ଏବଂ କ୍ରୀଡ଼ା ଆୟୋଜନର ଏକ ପ୍ରମୁଖ ସ୍ଥାନର ମାନ୍ୟତା ପାଇଅଛି । ୫୭ କାର୍ଯ୍ୟସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ରୂପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁ ଏହି ପ୍ରକଳ୍ପ ପରିକଳ୍ପନା କରାଯାଇଅଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜନପ୍ରତିନିଧି ଓ କ୍ରୀଡ଼ାବିତ୍ ମାନଙ୍କୁ ନେଇ ହୋଇଥିବା ପରାମର୍ଶ ଆଧାରରେ ଏହି କ୍ରୀଡା ଭିତ୍ତିଭୂମିର ଆବଶ୍ୟକୀୟ ନକ୍ସା ପ୍ରସ୍ତୁତ ହୋଇଅଛି । ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ ଉନ୍ନତମାନର କ୍ରୀଡ଼ା ଭିତ୍ତିଭୂମି ବିକାଶ ନିମନ୍ତେ ଉଦ୍ଦିଷ୍ଟ । ଏହି ପ୍ରକଳ୍ପ ଅଧନରେ ଅଣାନବେ (୮୯) ଗୋଟି ବହୁମୁଖୀ ଇନ୍‌ଡୋର ଷ୍ଟାଡ଼ିୟମ ନିର୍ମାଣ କରିବା ନିମନ୍ତେ ଯୋଜନା କରାଯାଇଅଛି, ଯେଉଁଠି ବର୍ତ୍ତମାନ ଉନ୍ନତ ଭିତ୍ତିଭୂମି ଉପଲବ୍ଧ ନାହିଁ । ଏହି ଇନ୍‌ଡୋର ଷ୍ଟାଡ଼ିୟମଗୁଡ଼ିକ ବହୁମୂଖୀ ଉପଯୋଗ ନିମନ୍ତେ ବ୍ୟବହୃତ ହେବ । ବ୍ୟାଡମଣ୍ଟନ, ଟେବୁଲ ଟେନିସ୍ ଭାରୋତ୍ତଳନ ଆଦି କ୍ରୀଡ଼ା ସହ ଯୋଗ ଓ ବ୍ୟାୟାମଶାଳାର ବ୍ୟବସ୍ଥା ମଧ୍ୟ ଉକ୍ତ ଷ୍ଟାଡ଼ିୟମରେ ରହିବ । ଏହି ଆଷାଗୃହ ଗୁଡ଼ିକ ଉକ୍ତ ଅଞ୍ଚଳର ଅନ୍ୟାନ୍ୟ ଲୋକପ୍ରିୟ ଇନ୍‌ଡୋର ଖେଳ ନିମନ୍ତେ ମଧ୍ୟ ବ୍ୟବହୃତ କରାଯାଇପାରିବ । ଇନ୍‌ଡୋର ଷ୍ଟାଡ଼ିୟମଗୁଡ଼ିକ ଘଣ୍ଟାପ୍ରତି ୨୦୦ କି.ମି. ପବନର ବେଗକୁ ସହ୍ୟ କରିପାରୁଥିବା ଭଳି ନିର୍ମାଣ କରାଯିବ ଯଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ମହାବାତ୍ୟା ଏବଂ ବନ୍ୟା ଆଦି ସମୟରେ ଏଗୁଡ଼ିକ ଆଶ୍ରୟ କେନ୍ଦ୍ର ରୂପେ ବ୍ୟବହୃତ ହୋଇପାରିବ । ମହାମାରୀ ସମୟରେ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଷ୍ଟାଡ଼ିୟମଗୁଡ଼ିକ ୫୦ ଗୋଟି ଶଯ୍ୟା ବିଶିଷ୍ଟ ଏବଂ ପୌରାଞ୍ଚଳରେ ୧୦୦ ଗୋଟି ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ରୂପେ ବ୍ୟବହାର କରାଯାଇପାରିବ । ଏହା ବାଦ୍ ତାଲିମ୍ ପ୍ରଦାନ, ସଭା ପରିଚାଳନା, ପରୀକ୍ଷା କେନ୍ଦ୍ର ଇତ୍ୟାଦି କାର୍ଯ୍ୟ ପାଇଁ ମଧ୍ୟ ଉକ୍ତ ଷ୍ଟାଡିୟମ ଅତ୍ୟନ୍ତ ଉପଯୋଗୀ ହୋଇପାରିବ । ଏହି ପ୍ରକଳ୍ପ ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଆହୁରି ଦୃଢ଼ୀଭୁତ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking