ରାଜ୍ୟରେ ଆଉ ୯ଜୀବନ ନେଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟରେ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୩୪୦ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଅନ୍ୟପଟେ ଆଜି ରାଜ୍ୟରେ ୧,୩୮୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୯୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here