28.1 C
Bhubaneswar
Wednesday, April 24, 2024
Homeଓଡିଶାପୁଣି କରୋନା ନେଲା ୯ ଜୀବନ, ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି

ପୁଣି କରୋନା ନେଲା ୯ ଜୀବନ, ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଜି ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାର ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।


 
ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଏବେ ରାଜ୍ୟରେ ମୋଟ୍ ୫୦୫୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୫୮୧ ରହିଛି।
ଏଣେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧ ହଜାର ୩୭୯ କରୋନା ନମୁନା ପରୀକ୍ଷା ହୋଇଛି। ଆରଟିପିସିଆର୍, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ କରୋନା ପରୀକ୍ଷା କରାଯାଇଛି। ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking