39.8 C
Bhubaneswar
Thursday, April 18, 2024
Homeଓଡିଶାରାଜ୍ୟରେ ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ; ସର୍ବାଧିକ ଖୋର୍ଦ୍ଧା, ସଂଖ୍ୟା ଛୁଇଁଲା ୨୪୭୮କୁ

ରାଜ୍ୟରେ ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ; ସର୍ବାଧିକ ଖୋର୍ଦ୍ଧା, ସଂଖ୍ୟା ଛୁଇଁଲା ୨୪୭୮କୁ

ଭୁବନେଶ୍ୱର : ରାଜ୍ୟରେ ଆଉ ୯୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୯ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରୁ ଓ ୧୧ଜଣ ଲୋକାଲ କେସ୍ ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧିପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ଚିହ୍ନଟ ହୋଇଥିବା ୯୦ଜଣ ଆକ୍ରାନ୍ତ ୧୩ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ।ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୨୨, ନୟାଗଡ଼ରୁ ୭, ଅନୁଗୁଳ, ବାଲେଶ୍ୱର, କଳାହାଣ୍ଡି, ସମ୍ବଲପୁର,ବରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଓ କଟକରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀରୁ ୨,ଢ଼େଙ୍କାନାଳରୁ ୧୦, ଭଦ୍ରକରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ଆଜିର ୨୫ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୭୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୧୮ଜଣ ଚିକିତ୍ସିତ ହେଉଛନ୍ତି ।
ସେହିପରି ଗଞ୍ଜାମରେ ଆଜିର ୨୨ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୩୪୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୭୮ଜଣ ଚିକିତ୍ସିତ ହେଉଛନ୍ତି ।
ନୟାଗଡ଼ରୁ ଆଜିର ୭ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୪୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୩୧ଜଣ ଚିକିତ୍ସିତ ହେଉଛନ୍ତି ।
ଅନୁଗୁଳରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨୫ଜଣ ସୁସ୍ଥ ହୋଇଛନ୍ତି । ୬ଜଣ ଚିକିତ୍ସିତ ହେଉଛନ୍ତି । ବାଲେଶ୍ୱରରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୧୩୨ଜଣ ସୁସ୍ଥ ହୋଇଛନ୍ତି । ୪୬ଜଣ ଚିକିତ୍ସିତ ହେଉଛନ୍ତି । ସେହିପରି କଳାହାଣ୍ଡିରେ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୧୫ଜଣ ସୁସ୍ଥ ହୋଇଛନ୍ତି । ୭ଜଣ ଚିକିତ୍ସିତ ହେଉଛନ୍ତି । ସମ୍ବଲପୁରରୁ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୫ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୧ଜଣ ଚିକିତ୍ସିତ ହେଉଛନ୍ତି । ବରଗଡ଼ରୁ ଆଜିର ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୦ଜଣ ଚିକିତ୍ସିତ ହେଉଛନ୍ତି ।
ସୁନ୍ଦରଗଡ଼ରୁ ଆଜିର ୫ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟ ୩୫ଜଣ ଚିକତ୍ସିତ ହେଉଛନ୍ତି । ସେହିପରି କଟକରେ ଆଜିର ୫ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୫୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୭୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ପୁରୀରୁ ଆଜିର ୨ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୮୧ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୭ଜଣ ଚିକିତ୍ସିତ ହେଉଛନ୍ତି ।
ଢ଼େଙ୍କାନାଳରେ ଆଜିର ୧୦ଜଣଙ୍କୁ ମିଶାି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟ ୨୮ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ସେହିପରି ଭଦ୍ରକରେ ଆଜିର ୯ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସହଖ୍ୟା ୧୩୨କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୯୮ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ୩୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।
ବତ୍ତର୍ମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧିପାଇଛି । ସେଥିମଧ୍ୟରୁ ୭ଜଣ ସଂକ୍ରମିତଙ୍କର ମୃତ୍ୟୁ ଗଟିଛି । ୧୪୧୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୦୫୩ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking