34.1 C
Bhubaneswar
Thursday, April 25, 2024
Homeଓଡିଶାଆଉ ୯୧ କରୋନା ଆକ୍ରାନ୍ତ ସୁସ୍ଥ

ଆଉ ୯୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ଟପିଥିବା ବେଳେ ଏହାରି ଭିତରେ ଏକ ଆଶ୍ୱସ୍ତି ଏବଂ ଭଲ ଖବର ରହିଛି । ଆଜି ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୪୧୬ ଜଣ କରୋନାରୁ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆଜି ସୁସ୍ଥ ହୋଇଥିବା ୯୧ ଜଣଙ୍କ ମଧ୍ୟରେ ଦେଓଗଡରୁ ସର୍ବାଧିକ ୨୨ ଜଣ ସୁସ୍ଥ ହୋଇଛନ୍ତି । ସେହିଭଳି ପୁରୀ ଜିଲ୍ଲାରୁ ୧୬ ଜଣ, ନୟାଗଡ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଭଦ୍ରକ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କଟକ, ଗଂଜାମ, ଖୋର୍ଦ୍ଧା, କଳାହାଣ୍ଡି ଓ ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାବ୍ୟତୀତ ଢେଙ୍କାନାଳ, ଗଜପତି ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
https://onakhabar.com/2020/06/03/143-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking