ରାଜ୍ୟରେ ହଜାରେ ତଳକୁ ଖସିଲା ପଜିଟିଭ ସଂଖ୍ୟା : ଆଜି ୯୮୭ ସଂକ୍ରମିତ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୯୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୩,୭୮୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଅନୁଗୁଳରୁ ୮୬, କଟକରୁ ୮୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here