27.1 C
Bhubaneswar
Tuesday, March 11, 2025
Homeଦେଶ ବିଦେଶ ଆଜି ଲୋକସଭାରେ‘ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର’ ନାମରେ ଟ୍ରଷ୍ଟ୍‍  ଗଠନ : ଘୋଷଣା କଲେ ପ୍ରଧାନମନ୍ତ୍ରୀ

 ଆଜି ଲୋକସଭାରେ‘ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର’ ନାମରେ ଟ୍ରଷ୍ଟ୍‍  ଗଠନ : ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ନିମନ୍ତେ ଟ୍ରଷ୍ଟ୍‍ ଗଠନ କଥା ଆଜି ଲୋକସଭାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି: ଅଯୋଧ୍ୟାରେ ଭବ୍ୟ  ରାମ ମନ୍ଦିରର ଉନ୍ନତିକଳ୍ପେ ଯୋଜନା ପ୍ରସ୍ତୁତ ହୋଇଛି । ‘ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର’ ନାମରେ ଟ୍ରଷ୍ଟ୍‍  ର ନାମକରଣ କରାଯାଇଛି।

ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଅଯୋଧ୍ୟା ମାମଲାରେ ସୁପ୍ରିମ୍ କୋର୍ଟଙ୍କ ନିର୍ଦେଶମତେ ସୁନ୍ନି ଓ୍ଵାକଫ୍ ବୋର୍ଡକୁ ୫ ଏକର ଜମି ଦେବା ନିମନ୍ତେ ଉତ୍ତର ପ୍ରଦେଶ ସରକାର ରାଜି ହୋଇଛନ୍ତି।ଗଣତାନ୍ତ୍ରିକ ପ୍ରକ୍ରିୟାରେ ଜନସାଧାରଣଙ୍କ ବିଶ୍ୱାସକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ  ଦୀର୍ଘ ଦିନର ଆଇନଗତ ସଂଘର୍ଷ ଦେଇ ଗତି କରିଥିବା ଏହି ମାମଲା ଗଣତାନ୍ତ୍ରିକ ପ୍ରକ୍ରିୟାରେ ପରୀକ୍ଷିତ ବୋଲି ସେ କହିଛନ୍ତି। ସେ  ଆହୁରି ମଧ୍ୟ କହିଛନ୍ତି “ରାମ ଜନ୍ମଭୂମି ମାମଲାର ରାୟ ପ୍ରକାଶ ପାଇବା ପରେ ଭାରତବାସୀ ଗଣତାନ୍ତ୍ରିକ ପ୍ରକ୍ରିୟା ଏବଂ ପଦ୍ଧତିରେ ଉଲ୍ଲେଖଯୋଗ୍ୟ ବିଶ୍ୱାସ ପ୍ରଦର୍ଶନ କରିଥିଲେ। ମୁଁ ୧୩୦ କୋଟି ଭାରତବାସୀଙ୍କୁ ଅଭିବାଦନ ଜଣାଉଛି “।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking