30.1 C
Bhubaneswar
Tuesday, June 10, 2025
Homeଅପରାଧବାଙ୍କୀରେ ଡବଲ୍‌ ମର୍ଡର: ସରପଞ୍ଚଙ୍କ ସ୍ୱାମୀ ଓ ସହଯୋଗୀଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୁତ୍ତ

ବାଙ୍କୀରେ ଡବଲ୍‌ ମର୍ଡର: ସରପଞ୍ଚଙ୍କ ସ୍ୱାମୀ ଓ ସହଯୋଗୀଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୁତ୍ତ

ବାଙ୍କୀ: ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ । କଟକ ଜିଲ୍ଲା ଖଜୁରିପଦା-ନୂଆଗାଁ ସରପଞ୍ଚଙ୍କ ସ୍ୱାମୀ ଓ ତାଙ୍କ ସହଯୋଗୀଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୁତ୍ତ । ଉଭୟେ ପଞ୍ଚାୟତ କାମ ସାରି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଛନ୍ତି। ଖଜୁରିପଦା-ନୂଆଗାଁ ସରପଞ୍ଚଙ୍କ ସ୍ୱାମୀ ଭଗବାନ ସ୍ୱାଇଁ ଓ ତାଙ୍କ ସହଯୋଗୀ ଆଦିତ୍ୟ ଆଜି ଅପରାହ୍ନ ପ୍ରାୟ ୨ଟା ୩୦ରେ ପଞ୍ଚାୟତ କାର୍ଯ୍ୟସାରି ଏକ ବାଇକ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଯୋକଲାଞ୍ଜିଠାରେ ଦୁର୍ବୃତ୍ତମାନେ ମାରଣାସ୍ତ୍ରରେ ସେମାନଙ୍କୁ ଆକ୍ରମଣ କରିଥିଲେ। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ।
ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା କିନ୍ତୁ ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଡାକ୍ତର ଆଦିତ୍ୟ ଓ ଭଗବାନଙ୍କୁ ମୃତ ଘୋଷଣା କରିଛନ୍ତି ।ଘଟଣାକୁ ନେଇ ଖଜୁରୀପଦା ଗାଁରେ ଉତ୍ତେଜନା ଦେଖାଦେଇଛି। ଘଟଣାସ୍ଥଳରେ ବୈଦେଶ୍ୱର ଥାନା ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି।
https://onakhabar.com/2020/02/15/crpf-visit-malkanagiri/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking