36.1 C
Bhubaneswar
Saturday, May 4, 2024
Homeଓଡିଶାଧୋଇଗଲା ଅସ୍ଥାୟୀ ପୋଲ

ଧୋଇଗଲା ଅସ୍ଥାୟୀ ପୋଲ

କଲ୍ୟାଣସିଂହପୁର : ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ କଲ୍ୟାଣୀ ନଦୀର ଏକ ଅସ୍ଥାୟୀ ପୋଲ ଧୋଇ ଯାଇଛି। ଏଥିଯୋଗୁ ୬ଟି ପଞ୍ଚାୟତ ବିଚ୍ଛିନ୍ନ ହୋଇଛି। ଏହି ପୋଲ ଦେଇ କଲ୍ୟାଣସିଂହପୁର, ପୂଜାରିଗୁଡା, ସୁନାଖଣ୍ଡି, ପାରସାଲି, ପଲମା ଓ କନ୍ଧାକାତିପାଡୁ ପଞ୍ଚାୟତର ୨ ହଜାରରୁ ଅଧିକ ଲୋକ ପ୍ରତିଦିନ ଯିବାଆସିବା କରିଥାନ୍ତି। ପୋଲ ଧୋଇଯିବା ଦ୍ୱାରା ଲୋକମାନଙ୍କୁ ପ୍ରାୟ ୫୦ କି.ମି. ବୁଲି ବୁଲି ଯିବାକୁ ପଡୁଛି। ୨୦୦୭ରେ କଲ୍ୟାଣୀ ନଦୀରେ ବନ୍ୟା ଯୋଗୁ ସ୍ଥାୟୀ ପୋଲ ଭାସି ଯାଇଥିଲା। ଏହା ପରଠୁ ପୋଲ ନିର୍ମାଣ କାର୍ଯ୍ୟ ଚାଲୁ ରହିଥିଲା।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking