ଭୁବନେଶ୍ୱର : ଭୁବନେଶ୍ୱରରୁ ଆଜି ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି । ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି ।
ବିଏମ୍ସିର ସୂଚନା ଅନୁସାରେ ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ୯୫୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୫୭୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କିନ୍ତୁ ୩୬୯୩ ଜଣ ଆକ୍ରନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି ।