ବିନିକା : ଗତ କିଛି ଦିନ ହେଲା ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇଛି । ଏଥିପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିନିକା ସହରକୁ ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ଶଟଡାଉନ୍ ଘୋଷଣା କରାଯାଇଛି। ଶଟଡାଉନ୍ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତି ନିଆଯାଇଛି।
ସୂଚନା ଅନୁଯାୟୀ, ସୁବର୍ଣ୍ଣପୁର ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୪୮୯ରେ ପହଞ୍ଚି ସାରିଥିବା ବେଳେ ଆକ୍ଟିଭ କେସ ୭୬୦ ରହିଛି। ୭୨୬ କରୋନା ସଂକ୍ରମିତ ସୁସ୍ଥ ହୋଇ ଫେରିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି ।