ଭୁବନେଶ୍ୱର : କଟକ ଓ ଭୁବନେଶ୍ୱରରେ ୧୨ଟା ୩୦ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୨/୩ସେ.ମି ପର୍ଯ୍ୟନ୍ତ ବର୍ଷିବ ବୋଲି ଜଣାପଡ଼ିଛି । ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ରାସ୍ତା ଅଳ୍ପ ଦୃଶ୍ୟମାନ ହେବ । ଟ୍ରାଫିକ ସମସ୍ୟା ଉପୁଜିପାରେ । ଯେତେ ସମ୍ଭବ ଘରୁ ନ ବାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଓଡ଼ିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ରାୟଗଡ଼ାରେ ବର୍ଷାର ମାତ୍ର ଅଧିକ ରହିବ ବୋଲି କୁହାଯାଉଛି। ଏସବୁ ଜିଲ୍ଲାରେ ବର୍ଷାର ପରିମାଣ ବଢିଛି। ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ୫୦୦ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଲଘୁଚାପ ପ୍ରଭାବରେ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳୀରେ ରଖାଯାଇଥିବା ଜଣାଯାଇଛି । ଏଣେ କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଆଦି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି। ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ଗଭୀର ଅବପାତ ଅତିକ୍ରମ କରିଛି। ତେବେ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି ।