29.1 C
Bhubaneswar
Wednesday, May 1, 2024
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ଏକ କୋଇଲା ବୋଝେଇ ଟ୍ରକକୁ ପଛପଟୁ ଟ୍ରଲର୍ ଧକ୍କାଦେବା ଫଳରେ ଘଟଣାସ୍ଥଳରେ ଟ୍ରଲର୍ ଚାଳକ ଓ ହେଲପର୍ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ଜରପଡ଼ା ଥାନାର ୫୫ ନମ୍ବର ଜାତୀୟ ରାଜପଥରେ ଭାଗିରଥିପୁର ନିକଟସ୍ଥ ନିଉ ତପୋବନ ଢାବା ସମ୍ମୁଖରେ ତାଳଚେର ଅଞ୍ଚଳରୁ ଆସି ୫ଟି କୋଇଲା ବୋଝେଇ ଟ୍ରକ୍ ଛିଡ଼ା ହୋଇଥିଲା। ଭୋର ୫ ଟାରେ ଅନୁଗୁଳ ପଟୁ ସମ୍ବଲପୁର ଆଡ଼କୁ ଯାଉଥିବା ଏକ ଟ୍ରଲର୍ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକ୍ ପଛରେ ଧକ୍କା ଦେଇଥିଲା। ଏହା ଫଳରେ ଟ୍ରଲର୍ ଚାଳକ ଓ ହେଲପର୍ ମୃତ୍ୟୁ ବରଣ କରିଥିଲେ। ଖବର ପାଇ ଜରପଡ଼ା ଥାନା ପୁଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କର ମୃତ ଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking