ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବଡଗଡ ଭୀମପୁର ଗାଁରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା । ସେହି ଅଞ୍ଚଳରେ ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଏହି ବୋମା ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଶେରଗଡ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ତେବେ ବୋମା ଭିଡିବାବେଳେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଛି ।