ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି। ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ ଦେବ ନାରାୟଣ ପଣ୍ଡାଙ୍କ ମୃତ୍ୟୁ ମାମଲାରେ ତାଙ୍କ ନାମରେ ଏହି କେସ୍ ରୁଜୁ କରାଯାଇଛି।
ଦେବ ନାରାୟଣ ପଣ୍ଡାଙ୍କ ପତ୍ନୀ ବନଜା ପଣ୍ଡା ମାଲକାନଗିରି ଏସଡିଜେଏମ କୋର୍ଟରେ ଏହି ମାମଲା ରୁଜୁ କରିଛନ୍ତି । ଏଥିରେ ଜିଲ୍ଲାପାଳ ମନିଷ ଅଗ୍ରଓ୍ୱାଲଙ୍କ ସହ ୪ ଜଣଙ୍କ ନାଁ ରହିଛି। ଆସନ୍ତା ୧୧ ତାରିଖରେ ଏହାର ଶୁଣାଣି ତାରିଖ ଧାର୍ଯ୍ୟ କରାଯାଇଛି ।