ଭୁବନେଶ୍ୱର : ରାଜ୍ୟରେ ନିୟନ୍ତ୍ରଣ ହେଉଛି କୋରନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ୨୪ ଘଣ୍ଟା ମଧ୍ୟରେ ମୋଟ ୭୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୩୭ ଜଣ କ୍ୱାରେନଟାଇନରୁ ଓ ୩୧୨ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଖୋର୍ଦ୍ଧାରେ ସର୍ବାଧିକ ୮୮ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୯୪୦୮ରେ ପହଞ୍ଚିଥିବା ବେଳେ ସୁସ୍ଥ ହୋଇଛନ୍ତି ୨୯୭୮୬୨ ଜଣ । ତେବେ ୯୯୫୦ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ପକ୍ଷରୂ ସୂଚନା ଦିଆହେଇଛି ।