ଭୁବନେଶ୍ୱର: ରାଜ୍ୟର ୧୦ଟି ଜିଲ୍ଲାକୁ ଘନ କୁହୁଡି ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଭଦ୍ରକ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ପୁରୀ ଜିଲ୍ଲା ରହିଛି । ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏହି ଜିଲ୍ଲା ଗୁଡିକରେ ପ୍ରବଳ ମାତ୍ରାରେ ଘନ କୁହୁଡି ପଡିବାର ସମ୍ଭାବନା ରହିଛି । ସେଥିପାଇଁ ଜରୁରୀ କାମ ନଥିଲେ ଗାଡି ନେଇ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ରେ ଆଚ୍ଛାଦିତ ଉପକୂଳ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା। ଘନ କୁହୁଡି ନେଇ ଚଳାଚଳ କରୁଥିବା ଗାଡ଼ିଗୁଡ଼ିକ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।