19.1 C
Bhubaneswar
Saturday, November 23, 2024
Homeଓଡିଶାବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ

ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ

୧୯ଟି ପଦବୀ କୁ ମଞ୍ଜୁର
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ବ୍ରହ୍ଣପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍‌ପିଟାଲରେ ବ୍ରହ୍ମପୁର ମେଡିକାଲ କଲେଜରେ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ବିଭାଗକୁ ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ବିଭାଗ ଖୋଲିବାକୁ ଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ୍ ଡାକ୍ତରୀ ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶୈକ୍ଷିକ ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
ବ୍ରହ୍ଣପୁର ମେଡିକାଲ କଲେଜରେ ଉପରୋକ୍ତ ଦୁଇ ସୁପର ସ୍ପେସିଆଲିଟି ବିଭାଗ ଖୋଲିବା ଫଳରେ ସମଗ୍ର ଦକ୍ଷିଣ ଓଡିଶାର ଜନସାଧାରଣ ବିଶେଷ ଭାବରେ ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବର୍ତ୍ତମାନ ବ୍ରହ୍ମପୁରରେ ଏହି ଅତ୍ୟାଧୁନିକ ସୁପର ସ୍ପେସିଆଲିଟି ଚିକିତ୍ସା ସୁବିଧା ଉପଲବ୍‌ଧ ହେବା ଦ୍ବାରା ଦକ୍ଷିଣ ଓଡିଶାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି ।

ବ୍ରହ୍ଣପୁର ମେଡିକାଲ କଲେଜ, ବ୍ରହ୍ମପୁର ରାଜ୍ୟର ବିଶେଷକରି ଦକ୍ଷିଣ ଓଡିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି ।

ବର୍ତ୍ତମାନ ଏହି  ସୁପର ସ୍ପେସିଆଲିଟି ବିଭାଗ ଖୋଲିବା ଦ୍ବାରା ଜନସାଧାରଣଙ୍କ ଅସୁବିଧା ଦୂର ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking