25.1 C
Bhubaneswar
Sunday, January 19, 2025
Homeଓଡିଶାମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ୍

ମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ୍

ଭୁବନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ୍। ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ କରିବ। ଏଥିସହ ପୁରୀ-ହାଟିଆ, ପୁରୀ-ସମ୍ବଲପୁର ଓ ପୁରୀ-ପାରାଦୀପ ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍। ଅନ୍ୟପକ୍ଷରେ ପୁରୀ-ହାଟିଆ-ପୁରୀ ଟ୍ରେନ୍ ଏପ୍ରିଲ ୧ ରୁ ପୁରୀରୁ ରାତି ୮ଟା ୩୦ରେ ଛାଡ଼ି ପରଦିନ ସକାଳ ୧୦ଟା ୪୫ରେ ହାଟିଆରେ ପହଞ୍ଚିବ ଏବଂ ହାଟିଆ-ପୁରୀ ଟ୍ରେନ୍ ଏପ୍ରିଲ ୨ରୁ ଅପରାହ୍ଣ ୪ଟାରେ ହାଟିଆରୁ ବାହାରି ପରଦିନ ସକାଳ ୬ଟା ୧୦ରେ ପୁରୀରେ ପହଞ୍ଚିବ।

ସମ୍ବଲପୁର-ପୁରୀ-ସମ୍ବଲପୁର ସ୍ୱତନ୍ତ୍ର ଟ୍ରେନ୍ ଏପ୍ରିଲ ୩ ରୁ ସକାଳ ୬ଟାରେ ସମ୍ବଲପୁରରୁ ବାହାରି ଅପରାହ୍ଣ ୧୨ଟା ୫୦ରେ ପୁରୀରେ ପହଞ୍ଚିବ ଏବଂ ଅପରାହ୍ଣ ୩ଟା ୪୫ରେ ପୁରୀରୁ ବାହାରି ରାତି ୧୦ଟା ୧୦ରେ ସମ୍ବଲପୁରରେ ପହଞ୍ଚିବ। ପୁରୀ-ପାରାଦୀପ-ପୁରୀ ସ୍ୱତନ୍ତ୍ର ଟ୍ରେନ୍‌ ଏପ୍ରିଲ ୭ରୁ ସକାଳ ୬ଟା ୧୫ରେ ପୁରୀରୁ ବାହାରି ସକାଳ ୧୦ଟା ୧୫ରେ ପାରାଦୀପରେ ପହଞ୍ଚିବ ଏବଂ ସନ୍ଧ୍ୟା ୬ଟାରେ ପାରାଦୀପରୁ ଛାଡ଼ି ରାତି ୧୦ଟା ୧୦ରେ ପୁରୀରେ ପହଞ୍ଚିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking