ଭୁବନେଶ୍ୱର : ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାକରଣ ପାଇଁ ଆଜି ଅପରାହ୍ନ ୪ଟାରୁ ଆରମ୍ଭ ହେବ ପଞ୍ଜୀକରଣ । ମେ ପହିଲାରୁ ଆରମ୍ଭ ହେବାକୁ ଯାଉଛି ତୃତୀୟ ପର୍ଯ୍ୟାୟ ଟିକାକରଣ । ଏଥିପାଇଁ କୋଓ୍ୱିନ୍ ପୋର୍ଟାଲ୍ କିମ୍ବା ଆରୋଗ୍ୟ ସେତୁ ଆପ୍ ମାଧ୍ୟମରେ ପଞ୍ଜୀକରଣ କରାଯାଇପାରିବ । ଆରୋଗ୍ୟ ସେତୁ ଓ ଉମଙ୍ଗ ଆପ୍ରେ ବି ହୋଇପାରିବ ପଞ୍ଜୀକରଣ । ତେବେ ଟିକା ନେବା ପାଇଁ ଏବେ ସ୍ଲଟ୍ ମିଳିବ ନାହିଁ । ଟିକା ଆସିବା ପରେ ପଞ୍ଜୀକୃତ ବ୍ୟକ୍ତିଙ୍କୁ ସ୍ଳଟ୍ ଆବଣ୍ଟନ କରାଯିବ । ଦୁଇ ଟିକା ଉତ୍ପାଦନ କଂପାନୀଠାରୁ ଟିକା ପହଞ୍ଚିବାରେ ବିଳମ୍ବ ହେବାର ଆଶଙ୍କା ଥିବାରୁ ଟିକାକରଣ ଡେରି ହୋଇପାରେ ବୋଲି କହିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ୩ କୋଟି ୭୭ ଡୋଜ୍ କୋଭିସିଲ୍ଡ ଓ ୧୦ ଲକ୍ଷ ୩୪ ହଜାର ଡୋଜ୍ କୋଭାକ୍ସିନ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅର୍ଡର ଦେଇସାରିଛି । କିନ୍ତୁ ଟିକା କେବେ ମିଳିବ ତାହା ସ୍ପଷ୍ଟ ହୋଇନି ।