ଗଡ଼ଚିରୋଲି : ନକ୍ସଲଙ୍କ ବିରୋଧୀ ଅଭିଯାନକୁ ଆଜି ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ମହାରାଷ୍ଟ୍ରର ଗଡ଼ଚିରୋଲି ଅନ୍ତର୍ଗତ ଏଟାପାଲ୍ଲୀ ଜଙ୍ଗଲ ନିକଟରେ ଭୟଙ୍କର ଗୁଳି ବିନିମୟ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଥିବା ଗଡ଼ଚିରୋଲି ଡିଆଇଜି ସନ୍ଦୀପ ପାଟିଲ ସୂଚନା ଦେଇଛନ୍ତି। ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଥିବାରୁ ଆଗକୁ ଆହୁରି ନକ୍ସଲଙ୍କ ମୃତଦେହ ମିଳିବ ବୋଲି ଆଶା କରାଯାଉଛି। ୧୩ ନକ୍ସଲଙ୍କ ମୃତଦେହ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ କରାଯାଇଛି। ଏବେ ସେମାନଙ୍କ ପରିଚୟ ଚିହ୍ନଟ କରିବା ପ୍ରକ୍ରିୟା ଚାଲିଥିବା ଜଣାପଡ଼ିଛି।