ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୩ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୧୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୫୭ ଓ ସ୍ଥାନୀୟ ଅଞ୍ଚଳରୁ ୪୭୨ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୭୨ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୬୦ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୪, କଟକରୁ ୧୩୫ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୭ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୬୩ ଜଣ, ଯାଜପୁରରୁ ୪୮ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୬୬ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୮୮ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୨୦ ଜଣ, ନୂଆପଡ଼ାରୁ ୩, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୧ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୦ ହଜାର ୩୮୬ ରହିଥିବା ବେଳେ ୧୪ ହଜାର ୩୨୫ ଜଣ ଚିକିତ୍ସିତ ହେଉଛନ୍ତି ।