28.1 C
Bhubaneswar
Sunday, November 17, 2024
Homeକରୋନାଦେଶରେ ଆଉ ୩୦,୨୫୬ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨୯୫

ଦେଶରେ ଆଉ ୩୦,୨୫୬ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨୯୫

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୩୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୨୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୫ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୪,୭୮,୪୧୯ ଓ ମୃତ୍ୟୁସଂଖ୍ୟା ୪,୪୫,୧୩୩ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୯୩୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୭,୧୫,୧୦୫ରେ ପହଞ୍ଚିଛି। ­­­­­ ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୧୮,୧୮୧। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୦,୮୫,୬୮,୧୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୭,୭୮,୨୯୬ ଡୋଜ୍‌ ଟିକା। ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୯ ତାରିଖ ସୁଦ୍ଧା ସମୁଦାୟ ୫୫,୩୬,୨୧,୭୬୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୭୭,୬୦୭ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking