25.1 C
Bhubaneswar
Tuesday, November 26, 2024
Homeଓଡିଶାରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୬୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୦...

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୬୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୦ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

ଆଜି ୪୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୯୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୨୧୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୭ ହଜାର ୬୬୬ ରହିଥିବା ବେଳେ ୫ ହଜାର ୩୫୧ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking