21.1 C
Bhubaneswar
Tuesday, November 19, 2024
Homeଓଡିଶାଆଜି ରାଜ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ

ଆଜି ରାଜ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୫୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୪୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୮ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୬, କଟକରୁ ୬୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୦୬ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୧୮୩ ରହିଥିବା ବେଳେ ୫ ହଜାର ୯୦୯ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking