19.1 C
Bhubaneswar
Sunday, November 24, 2024
Homeଓଡିଶାଦରବୃଦ୍ଧି ପ୍ରତିବାଦରେ ବିଜେଡି ପକ୍ଷରୁ ରାଜଭବନ ଅଭିମୁଖେ ରାଲି

ଦରବୃଦ୍ଧି ପ୍ରତିବାଦରେ ବିଜେଡି ପକ୍ଷରୁ ରାଜଭବନ ଅଭିମୁଖେ ରାଲି

ଭୁବନେଶ୍ୱର: ଦରବୃଦ୍ଧି ପ୍ରତିବାଦରେ ଆଜି ବିଜେଡି ରାସ୍ତାକୁ ଓହ୍ଲାଇଛି। ପାର୍ଟି ଅଫିସରୁ ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନେ ରାଜଭବନ ଅଭିମୁଖେ ରାଲି କରିଛନ୍ତି। କରୋନା ମହାମାରୀ ସମୟରେ ପେଟ୍ରୋଲ, ଡିଜେଲ ଦରବୃଦ୍ଧି ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦରବୃଦ୍ଧିର କାରଣ ହୋଇଛି। ଗତ ୨ ବର୍ଷ ମଧ୍ୟରେ ପେଟ୍ରୋଲ, ଡିଜେଲ ଦରରେ ୩୦ ପ୍ରତିଶତ ବୃଦ୍ଧି ହୋଇଛି। ସେହିପରି ଅତ୍ୟାବଶ୍ୟକ ସାମଗ୍ରୀର ଦର ୪୦ ପ୍ରତିଶତରୁ ୧୦୦ ପ୍ରତିଶତ ମହଙ୍ଗା ହୋଇଥିବା ବିଜେଡି ଅଭିଯୋଗ କରିଛି।

ଦରବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କୁ ଦାୟୀ କରି ଆନ୍ଦୋଳନ କରିଛି ବିଜୁ ଜନତା ଦଳ। ବିଶେଷ କରି ଆର୍ଥିକ ପରିଚାଳନାରେ ମୋଦୀ ସରକାର ବିଫଳ ହୋଇଥିବା ଦଳ କହିଛି। ଗତକାଲି ସାମ୍ବାଦିକ ସମ୍ମିଳନୀ କରି ବିସ୍ତୃତ ରଣନୀତି ବାବଦରେ ଘୋଷଣା କରଥିଲା ବିଜେଡି। ଏହି କ୍ରମରେ ଆଜି ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବ। ଭୁବନେଶ୍ୱର କେଶରୀ ହଲ ନିକଟରୁ ସାଇକେଲ ରାଲିରେ ବାହାରିଛନ୍ତି ବିଜେଡି ନେତା ଓ ଛାତ୍ର ଜନତା ଦଳର କର୍ମୀ। ରନ୍ଧନ ଗ୍ୟାସ ଦର ବୃଦ୍ଧିକୁ ବିରୋଧ କରି ଆସନ୍ତାକାଲି ସମସ୍ତ ୧୪୭ ବିଧାନସଭା କ୍ଷେତ୍ରରେ ପ୍ରତିବାଦ କରିବ ବିଜେଡି ମହିଳା ମୋର୍ଚ୍ଚା। ୫ରୁ ୭ ତାରିଖ ଯାଏଁ ସମସ୍ତ ନିର୍ବାଚନ ମଣ୍ଡଳୀରେ ଥିବା ପେଟ୍ରୋଲ ପମ୍ପରେ ପ୍ରତିବାଦ ଆନ୍ଦୋଳନ କରିବ ବିଜେଡି ଯୁବ ଓ ଛାତ୍ର ସଂଗଠନ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking