ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୨୭୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୭୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୪ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 6th Jan
New Positive Cases: 2703
Of which 0-18 years: 409
In quarantine: 1579
Local contacts: 1124(Details of local contacts will be shared by concerned District)
1. Angul: 7
2. Balasore: 73
3. Bargarh: 75
4. Bhadrak: 5
5. Balangir: 54
6. Boudh: 7— I & PR Department, Odisha (@IPR_Odisha) January 7, 2022
ଏଥିସହ ୪୦୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୨ ହଜାର ୪୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୭୧୮ ରହିଥିବା ବେଳେ ୮ ହଜାର ୨୩୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
7. Cuttack: 191
8. Deogarh: 37
9. Dhenkanal: 3
10. Gajapati: 9
11. Ganjam: 27
12. Jagatsinghpur: 13
13. Jajpur: 78
14. Jharsuguda: 106
15. Kalahandi: 13
16. Kandhamal: 3
17. Kendrapada: 6
18. Keonjhar: 33
19. Khurda: 926
20. Koraput: 19
21. Malkangiri: 1
22. Mayurbhanj: 42— I & PR Department, Odisha (@IPR_Odisha) January 7, 2022
ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Nawarangpur: 29
24. Nayagarh: 6
25. Nuapada: 10
26. Puri: 54
27. Rayagada: 22
28. Sambalpur: 179
29. Sonepur: 10
30. Sundargarh: 454
31. State Pool: 211New recoveries: 204
Cumulative tested: 25963037
Positive: 1062476
Recovered: 1045718
Active cases: 8237— I & PR Department, Odisha (@IPR_Odisha) January 7, 2022