ଭୁବନେଶ୍ୱର: ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରିଛନ୍ତି ସରକାର । ଆସନ୍ତାକାଲି ଶେଷ ଦିନ ଥିଲା । ୧୮ ଯାଏଁ ସିଏଚଏସଇ ବୃଦ୍ଧି କରିଛି । ୪୫୦ ଟଙ୍କା ଫାଇନ ଦେଇ ଫର୍ମ ପୂରଣ କରିହେବ ବୋଲି ବିଭାଗ କହିଛି । ଏପର୍ଯ୍ୟନ୍ତ ୩ଲକ୍ଷ ୧ ହଜାର ୭୯୭ ଜଣ ଫର୍ମ ପୂରଣ କରିସାରିଲେଣି ।
ସୂଚନାଯୋଗ୍ୟ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୯ ଜଣ, ବାଲେଶ୍ବର ଜିଲ୍ଲାରୁ ୨୧୦ ଜଣ, ବରଗଡ଼ରୁ ୮୪ ଜଣ, ଭଦ୍ରକରୁ ୬୯ ଜଣ, ବଲାଙ୍ଗୀରୁ ୧୦୪ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୪୦୧ ଜଣ, ଦେବଗଡ଼ରୁ ୧୯ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଞ୍ଜାମରୁ ୪୯ ଜଣ, ଗଜପତିରୁ ୩୨ ଜଣ, ଜଗତସିଂହପୁରରୁ ୪୬ ଜଣ, ଯାଜପୁରରୁ ୬୬ ଜଣ, ଝାରସୁଗୁଡ଼ାରୁ ୧୮୯ ଜଣ, କଳାହାଣ୍ଡିରୁ ୪୮ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୨୪ ଜଣ, କେନ୍ଦୁଝରରୁ ୬୩ ଜଣ, ଖୋର୍ଦ୍ଧାରୁ ୯୩୩ ଜଣ, କୋରାପୁଟରୁ ୭୭ ଜଣ, ମାଲକାନଗିରିରୁ ୧୧ ଜଣ, ମୟୂରଭଞ୍ଜରୁ ୧୮୨ ଜଣ, ନବରଙ୍ଗପୁରରୁ ୮୫ ଜଣ, ନୟାଗଡ଼ରୁ ୨୪ ଜଣ, ନୂଆପଡ଼ାରୁ ୫୧ ଜଣ, ପୁରୀରୁ ୧୩୦ ଜଣ, ରାୟଗଡ଼ାରୁ ୮୨ ଜଣ, ସମ୍ୱଲପୁରରୁ ୬୪୪ ଜଣ, ସୋନପୁରରୁ ୩୨ ଜଣ, ସୁନ୍ଦରଗଡ଼ରୁ ୮୬୯ ଜଣ ଓ ଷ୍ଟେଟ ପୁଲରୁ ୨୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୭୫ ହଜାର ୬୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୬ ହଜାର ୬୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦ ହଜାର ୫୬୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।