ଭୁବନେଶ୍ୱର : ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୫,୮୯୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭୮ ଜଣ ଚିହ୍ନଟ ହୋଇଛନ୍ତି ।
7. Cuttack: 482
8. Deogarh: 61
9. Dhenkanal: 133
10. Gajapati: 96
11. Ganjam: 75
12. Jagatsinghpur: 108
13. Jajpur: 219
14. Jharsuguda: 35
15. Kalahandi: 188
16. Kandhamal: 73
17. Kendrapada: 114
18. Keonjhar: 137
19. Khurda: 1500
20. Koraput: 128
21. Malkangiri: 52— I & PR Department, Odisha (@IPR_Odisha) January 25, 2022
ଏଥିସହ ୮୫୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୭ ହଜାର ୮୪୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୩୧ ହଜାର ୯୧୭ ରହିଥିବା ବେଳେ ୭୭ ହଜାର ୩୪୦ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 218
23. Nawarangpur: 95
24. Nayagarh: 205
25. Nuapada: 56
26. Puri: 63
27. Rayagada: 125
28. Sambalpur: 158
29. Sonepur: 20
30. Sundargarh: 501
31. State Pool: 299— I & PR Department, Odisha (@IPR_Odisha) January 25, 2022
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୩ ଜଣ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।