ନୂଆଦିଲ୍ଲୀ: ଦେଶରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୩୯ ନୂତନ ସଂକ୍ରମଣ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୧,୪୭୭ରେ ପହଞ୍ଚିଛି। ସେହିପରି ୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ ମୃତ୍ୟୁସଂଖ୍ୟା ୫,୧୬,୧୩୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪,୪୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୪,୫୪୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦୭୯୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୮୦,୨୪,୧୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୧୨,୨୪,୩୦୪ଟି ନମୁନା ପରୀକ୍ଷା କରାଯାଇଛି।